ଧ୍ୟାନ ଯୋଗର ବିସ୍ତୃତ ଆଲୋଚନା
ସୁବର୍ଣ୍ଣପୁର (ମଣିଭଦ୍ରା ଖବର)
ସାହିତ୍ୟିକ କବି ବନ୍ଧୁ ପରିବାରର ଗୀତାମୃତ ପଠନ ଶ୍ରବଣ କାର୍ଯ୍ୟକ୍ରମ ତା ୨୧.୦୭.୨୨ ରିଖ ଗୁରୁବାର ସନ୍ଧ୍ୟା ୭.୦୦ ଘଟିକା ସମୟରେ
ସାହିତ୍ୟିକ କବି ବନ୍ଧୁ ପରିବାରର ସଭାପତି ଶ୍ରୀଯୁକ୍ତ ଦେବେନ୍ଦ୍ର କୁମାର ନାଏକଙ୍କର ସଭାପତିତ୍ୱରେ , ପରିବାରର ଶ୍ରୀଯୁକ୍ତ ଅରୁଣ କୁମାର ମହାପାତ୍ରଙ୍କର ପୌରହିତ୍ୟରେ ଆଭାସୀ ମାଧ୍ୟମରେ ଗୀତାମୃତ ପବିତ୍ର ସତସଙ୍ଗ ଅନୁଷ୍ଠିତ ହୋଇଯାଇଛି ।
ପ୍ରାରମ୍ଭରେ ସଭାପତି ଆଭିମୁଖ୍ୟ ରଖିବା ସହ ଶ୍ରୀଯୁକ୍ତ ବିଶ୍ବେଶ୍ବର ମାଝୀ ଓମକାର ନାଦଧ୍ବନି ଏବଂ ସମ୍ପାଦିକା ପ୍ରଣତି ମହାପାତ୍ର ସମସ୍ତଙ୍କୁ ସୁସ୍ଵାଗତ ଜଣାଇବା ସହ ଶୁଭେଚ୍ଛା କୃତଜ୍ଞତା ଜ୍ଞାପନ କରିବା ପରେ ପଣ୍ଡିତ ଶ୍ରୀଯୁକ୍ତ ପ୍ରଦୀପ୍ତ କୁମାର ମିଶ୍ର ମହୋଦୟ ଅତିଥି ପରିଚୟ ପ୍ରଦାନ ସହ କାର୍ଯ୍ୟକ୍ରମ ସମ୍ପର୍କରେ ସମ୍ୟକ୍ କଥା ପ୍ରଦାନ କରିଥିଲେ ।
ମୁଖ୍ୟ ଅତିଥି ତଥା ବିଶିଷ୍ଟ ପ୍ରବଚକ,ଆଲୋଚକ , ପ୍ରବଚକ ,ଗବେଷକ, ଶ୍ରୀଯୁକ୍ତ ଭାବଗ୍ରାହୀ ମିଶ୍ର ମହାଭାଗଙ୍କର ଧ୍ୟାନ ଯୋଗର ଦଶଟି ଶ୍ଲୋକର ଦୀକ୍ଷାନ୍ତ ଆଲୋଚନା,ଉଦାହରଣ ମାଧ୍ୟମରେ ତଥା ବକ୍ତବ୍ୟରେ ସମସ୍ତେ ମନ୍ତ୍ରମୁଗ୍ଧ ହୋଇ ଶ୍ରୀମଦ୍ ଭଗବଦ୍ ଗୀତାର ଷଷ୍ଠ ଅଧ୍ୟାୟ, ଧ୍ୟାନ ଯୋଗର ବ୍ୟାଖ୍ୟା ଶ୍ରବଣ କରି ପ୍ରୀତ ହୋଇଥିଲେ ।
ଶେଷରେ ସଂଯୁକ୍ତା ରାଉତ ମହୋଦୟା ମଧ୍ୟ ନିଜ ବକ୍ତବ୍ୟରେ ଧ୍ୟାନ ଯୋଗର ଅନେକ ବିଶ୍ଲେଷଣାତ୍ମକ ବକ୍ତବ୍ୟ ପ୍ରଦାନ କରିବା ସହ ପଣ୍ଡିତଜୀଙ୍କର ବକ୍ତବ୍ୟ ଅତି ଉପାଦେୟ ତଥା ଉଚ୍ଚକୋଟୀର ବୋଲି ମନ୍ତବ୍ୟ ଦେଇଥିଲେ ।ଉକ୍ତ ସତସଙ୍ଗ କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରୁ ସାରସ୍ଵତ ଗୀତାମୃତ ପ୍ରେମୀ ଯୋଗ ଦେଇ ଏ ମହତ୍ ବାଣୀ ସାହିତ୍ୟିକ କବି ବନ୍ଧୁ ପରିବାରର ଏ କାର୍ଯ୍ୟକ୍ରମ ମାଧ୍ୟମରେ ଶ୍ରବଣ କରି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ ।ଶେଷରେ ସଭାପତିଙ୍କ ଅନୁମୋଦନ କ୍ରମେ ଶ୍ରୀମତୀ ରୀତା ଅପରାଜିତା ମହାନ୍ତି ମହୋଦୟା ଧନ୍ୟବାଦ ଓ ଶ୍ରୀମତୀ ଗୀତାଞ୍ଜଳି ପୃଷ୍ଟି ମହୋଦୟା ଶାନ୍ତିପାଠ କରିବା ସହ କାର୍ଯ୍ୟକ୍ରମ ସାଙ୍ଗ କରିଥିଲେ ।
ରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର
إرسال تعليق