ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :
ବିଭିନ୍ନ ୩୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :
ତୁରନ୍ତ ସମାଧାନ ହେଲା ବିଭିନ୍ନ ୧୭ ଗୋଟି ଅଭିଯୋଗ :
ସୁବର୍ଣ୍ଣପୁର (ମଣିଭଦ୍ରା ଖବର)
ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩0 ଗୋଟି ଓ ସାମୁହିକ ଦରଖାସ୍ତ 0୯ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୧୭ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୨ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l
ବି ଡି ଓ,ତରଭା ଶ୍ରୀ ନିରଞ୍ଜନ ନାୟକ (ଭାରପ୍ରାପ୍ତ )ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ପ୍ରକଳ୍ପ ନିର୍ଦେଶକ, ଡି ଆର ଡି ଏ - ଶ୍ରୀ ନିହାର ରଞ୍ଜନ କଁହର ,ଉପ ଜିଲ୍ଲାପାଳ, ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର,ବ୍ଲକ ଅଧ୍ୟକ୍ଷ ତରଭା
ଶ୍ରୀ ସରୋଜ କୁମାର କମ୍ପ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l
ରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର
Post a Comment