ନୂଆଗାଁ ବ୍ଲକ୍ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ନୂଆଗାଁ (ପୁଷ୍ପଲତା ପ୍ରଧାନ) ବିଜୁ ଜନତାଦଳ ର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ନୟାଗଡ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ,ନୂଆଗାଁ ବ୍ଲକ୍ ବିଜୁ ଯୁବ ଛାତ୍ର ଜନତାଦଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା,ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ, ୧୭ ନଂ ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା ,୧୬ ନଂ ଜିଲ୍ଲା ପରିଷଦ ଜସ୍ମିନ ଦାସ, ସିଙ୍ଗାରପଲ୍ଲୀ ସରପଞ୍ଚ ଗାୟତ୍ରୀ ବେହେରା,ସମିତି ସଭ୍ୟା, ଗାତେରୀ ସରପଞ୍ଚ ସସ୍ମିତା ସାହାଣୀ,ସମିତି ସଭ୍ୟା ହରପ୍ରିୟା ଦାସ,ଯୁବ ବିଜେଡ଼ି ସଭାପତି ଶୁଭ୍ରାଂଶୁ ଶେଖର ସେନାପତି,ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା ପ୍ରମୁଖ ଯୋଗଦେଇ ବୃକ୍ଷ ରୋପଣ କରିଥିଲେ। ସିଙ୍ଗାର ପଲ୍ଲୀ ଏବଂ ଗାତେରୀ ପଞ୍ଚାୟତ ରେ ବୃକ୍ଷ ରୋପଣ କରାଯାଇଥିଲା।ଆଗାମୀ ଦିନରେ ପ୍ରତ୍ୟେକ ପଞ୍ଚାୟତ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯିବ ବୋଲି ନୂଆଗାଁ ବ୍ଲକ୍ ଯୁବ ଓ ଛାତ୍ର ବିଜେଡ଼ି ସଭାପତି କହିଛନ୍ତି।
ରିପୋର୍ଟ ପୁଷ୍ପଲତା ପ୍ରଧାନ ନୂଆଗାଁ
Post a Comment