BREAKING
Loading...
:

ବିଜୁ ଯୁବ ଛାତ୍ର ଜନତାଦଳ ପକ୍ଷରୁ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ସହ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

 ବିଜୁ ଯୁବ ଛାତ୍ର ଜନତାଦଳ ପକ୍ଷରୁ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ସହ ବୃକ୍ଷ ରୋପଣ କାର୍ଯ୍ୟକ୍ରମ





ନୂଆଗାଁ (ମଣିଭଦ୍ରା ଖବର) ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ମାଳିସାହି, ଚାହାଳି,ଏବଂ ଢେଙ୍କେଣା ଗ୍ରାମ ପଞ୍ଚାୟତ ର ବିଜୁ ଯୁବ ଓ ଛାତ୍ର ଜନତାଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ  ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ସହ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ମାଳିସାହି ପଞ୍ଚାୟତ କାର୍ଯ୍ୟାଳୟ ରେ ଅନୁଷ୍ଠିତ   ସ୍ଵେଚ୍ଛାକୃତ ରକ୍ତଦାନ ଶିବିର କୁ ଉଦ୍ଘାଟନ କରିଥିବା ବେଳେ     ଚାହାଳି ଓ ଢେଙ୍କେଣା ପଞ୍ଚାୟତରେ ବୃକ୍ଷ ରୋପଣ କରିଥିଲେ।ତତ୍ ସହିତ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଏବଂ ବୃକ୍ଷ ରୋପଣ ର ମହତ୍ତ୍ଵ ଉପରେ ଗୁରୁତ୍ୱାରୋପ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ,ଜିଲ୍ଲା ପରିଷଦ ପ୍ରତିମା ଦଳ ବେହେରା,ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା,ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ,ବ୍ଲକ୍ ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା,ଯୁବ ଉପ ସଭାପତି ସଞ୍ଜୀବ କୁମାର ଡାକୁଆ, ଙ୍କ ସମେତ ୩ ଟି ପଞ୍ଚାୟତ ର  ସରପଞ୍ଚ ,ସମିତି  ସଭ୍ୟା ,ଛାତ୍ର ,ଯୁବ ଏବଂ ପଞ୍ଚାୟତ ବିଜେଡ଼ି ସଭାପତି  ଉପସ୍ଥିତ ଥିଲେ।ବିଧାୟକ ଙ୍କ ସହିତ ଲୋକ ପ୍ରତିନିଧି ଓ ନେତୃବୃନ୍ଦ ବୃକ୍ଷ ରୋପଣ କରିଥିଲେ। 


ରିପୋର୍ଟ ପୁଷ୍ପଲତା ପ୍ରଧାନ ନୂଆଗାଁ 


Post a Comment

Previous Post Next Post
Header ADS