BREAKING
Loading...
:

ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟ ରେ ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

 ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟ ରେ  ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :




 ବିଭିନ୍ନ 69 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :


 ତୁରନ୍ତ ସମାଧାନ ହେଲା ବିଭିନ୍ନ

32 ଗୋଟି ଅଭିଯୋଗ :


ସୁବର୍ଣ୍ଣପୁର,,


ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଉଲୁଣ୍ଡା ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l 

(ମଣିଭଦ୍ରା ଖବର) ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ  ଆରକ୍ଷୀ ଅଧିକ୍ଷକ  ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ  ସମସ୍ୟା ସମ୍ବଳିତ 69 ଗୋଟି  ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ 57 ଗୋଟି ଓ ସାମୁହିକ ଦରଖାସ୍ତ 12 ଗୋଟି  ରହିଥିଲା ଗ୍ରହଣ କରାଯାଇଥିବା 69 ଗୋଟି ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର 32 ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ 37 ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଥିଲାI 

ବି ଡି ଓ,ଉଲୁଣ୍ଡା ଶ୍ରୀ ହେମସାଗର ଭୋଇ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ  ଅଧିକାରୀ ତଥା  କାର୍ଯ୍ୟ ନିର୍ବାହୀ ଅଧିକାରୀ  ଜିଲ୍ଲା ପରିଷଦ,  ନିହାର ରଞ୍ଜନ କଁହର ,ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ଅଶୋକ କୁମାର ଭୋଇ, ଉପ ଆରକ୍ଷୀ  ଅଧିକାରୀ  ଡ଼ୋଲାମଣି ଭୋଇ, ତହସିଲଦାର  ବିପିନ୍  କୁମାର  ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ ଉଲୁଣ୍ଡା ସଞ୍ଜୀବ ଦେହେରୀ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l 


ରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Post a Comment

Previous Post Next Post
Header ADS