ଭଜନ ସମାରୋହ କାର୍ଯ୍ୟକ୍ରମ ରେ ଦଶପଲ୍ଲା ବିଧାୟକ ଙ୍କ ଯୋଗଦାନ
ନୂଆଗାଁ (ମଣିଭଦ୍ରା ଖବର)ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦରମହକୁମା ଦାଶରଥି ସ୍ମୃତି ମଣ୍ଡପ ଠାରେ ନୂଆଗାଁ ବାବା ବିରୁପାଖେଶ୍ୱର ସେବା ସଂଘ ତରଫରୁ ମାଗଣା ଖାଦ୍ୟ ବଣ୍ଟନ ସହ ମନୋରଞ୍ଜନ ପାଇଁ ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଭଜନ ପରିବେଷଣ ଏବଂ କାଉଡିଆ ମାନଙ୍କ ଉପସ୍ଥିତିରେ ପରିବେଶ ଶିବ ମୟ ହୋଇ ଉଠିଥିବା ସହ ଆଧ୍ୟାତ୍ମିକ ବାତାବରଣ ସୃଷ୍ଟି ହୋଇଥିବା କହିଥିଲେ। ସମ୍ମାନୀତ ଅତିଥି ଭାବେ ସାଂସଦ ଙ୍କ ଜିଲ୍ଲା ପ୍ରତିନିଧି ସଦାଶିବ ମିଶ୍ର, ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ୧୭ ନଂ ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା, ନୂଆଗାଁ ପଞ୍ଚାୟତ ସରପଞ୍ଚ ଙ୍କ ପ୍ରତିନିଧି ପଦ୍ମ ଲୋଚନ ପରିଡ଼ା, ମାଇଛେଳି ସରପଞ୍ଚ ଙ୍କ ପ୍ରତିନିଧି ଦାଶରଥି ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ନୟାଗଡ ସାଇ ପ୍ରସାଦ ଟିମ୍ ଦ୍ଵାରା ଭଜନ ସମାରୋହ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।ଏହି ସେବା ସଂଘ ତରଫରୁ ଶ୍ରାବଣ ମାସ ସାରା କାଉଣ୍ଡିଆ ମାନଙ୍କୁ ଖାଦ୍ୟ ପ୍ରଦାନ କରାଯାଇଥାଏ।
ପୁଷ୍ପଲତା ପ୍ରଧାନ ନୂଆଗାଁ
إرسال تعليق