BREAKING
Loading...
:

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

 ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :



* ବିଭିନ୍ନ ୨0 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :


* ତୁରନ୍ତ ସମାଧାନ ହେଲା ବିଭିନ୍ନ ୧0 ଗୋଟି ଅଭିଯୋଗ :


ସୁବର୍ଣ୍ଣପୁର (ମଣିଭଦ୍ରା ଖବର)


ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଳାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨0 ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୭ ଗୋଟି ଓ ସାମୁହିକ ଦରଖାସ୍ତ 0୩ ଗୋଟି  ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୧0 ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧0 ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ତରଭା ଶ୍ରୀ ନିରଞ୍ଜନ ନାୟକ ଙ୍କ ତତ୍ୱାବଧାନ ରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ)ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ, ଜିଲ୍ଳା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ - ଶ୍ରୀ ନିହାର ରଞ୍ଜନ କଁହର ,ଉପ ଜିଲ୍ଲାପାଳ, ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର,ବ୍ଲକ ଅଧ୍ୟକ୍ଷ ତରଭାଶ୍ରୀ ସରୋଜ କୁମାର କମ୍ପ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l ଯୁଗ୍ମ ଶୁଣାଣୀ ଆରମ୍ଭ ପୂର୍ବରୁ ଜିଲ୍ଲାପାଳ ଶ୍ରୀମତୀ ନରୱଣେ, ଆରକ୍ଷୀ ଅଧିକ୍ଷକ ଶ୍ରୀ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାଶ ପ୍ରମୁଖ , ଉପଜିଲ୍ଲାପାଳ ଡ଼ଃ ମିଶ୍ର ତଥା ଅନ୍ୟାନ୍ୟ ଅଧିକାରୀ ଙ୍କ ଉପସ୍ଥିତିରେ ତରଭା ବ୍ଲକ ପରିସରରେ ବ୍ଲକ ଦ୍ୱାରା ଆୟୋଜିତ ଗ୍ରାମୀଣ ଆବାସ ଗୃହ ସମ୍ପୂର୍ଣ୍ଣ୍ନୀକରଣ ଅଭିଯାନ ରଥ କୁ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ l ଏହି ରଥ ବ୍ଲକ ଅନ୍ତର୍ଗତ ସମସ୍ତ ପଞ୍ଚାୟତ ପରିକ୍ରମା କରି ଜନସାଧାରଣ ଙ୍କୁ ସଚେତନ କରିବାର କାର୍ଯ୍ୟକ୍ରମ ରହିଛି l 

ରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Post a Comment

أحدث أقدم
Header ADS