ଆଡକଟା ଠାରେ ନୂତନ କଲ୍ୟାଣ ମଣ୍ଡପର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ
ଗଣିଆ ୨୩/୦୯(ମଣିଭଦ୍ରା ଖବର) ଗଣିଆ ବ୍ଲକ ଆଡକଟା ଠାରେ ନୂତନ କଲ୍ୟାଣ ମଣ୍ଡପର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇ ଥିବା ଅନ୍ୟ ମାନଙ୍କ ମଧ୍ୟରେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ଜିଲ୍ଲା ପରିଷଦ ସଭ୍ୟ ନରେଶ କୁମାର ବେହେରା, ବିଡ଼ିଓ ସିରିୟାଲ ଶୁଭ୍ର ପଟେଲ, ସରପଞ୍ଚ ଶୁଭାସିନୀ ବାରିକି ପ୍ରମୁଖ ଉପସ୍ଥିତ ଥିଲେ । ବିଧାୟକ ନଡ଼ିଆ ବାଡ଼େଇ ଏହି କାର୍ଯ୍ୟକ୍ରମର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଖୁବଶୀଘ୍ର ଉକ୍ତ କଲ୍ୟାଣ ମଣ୍ଡପର ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ପାଇଁ ବିଧାୟକ ବିଡ଼ିଓଙ୍କ ସହିତ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଆଡକଟା ପଞ୍ଚାୟତର ବହୁ ବରିଷ୍ଠ ନେତା, ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।
ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର
إرسال تعليق