ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :
ବିଭିନ୍ନ ୪୯ ଅଭିଯୋଗ ଦରଖାସ୍ତ ଗ୍ରହଣ :
ତୁରନ୍ତ ସମାଧାନ ହେଲା ୧୯ ଅଭିଯୋଗ :
ସୁବର୍ଣ୍ଣପୁର (ମଣିଭଦ୍ରା ଖବର)
ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୫ ଗୋଟି, ସାମୁହିକ ଦରଖାସ୍ତ 0୪ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ୧୯ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୩0 ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଏହି ଅବସରରେ ବ୍ଲକ ପ୍ରଶାସନ ବିନିକା ତରଫରୁ ଚରଦା ଗ୍ରା.ପ. ଅନ୍ତର୍ଗତ ଫୁଲମୁଠି ନିବାସୀ ଵିନତୀ କରାଲି ଙ୍କୁ ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ମାସକୁ ୫00/- ଟଙ୍କା ର ସହାୟତା ପ୍ରଦାନ କରାଯାଇଛିl ପୁନଶ୍ଚ ବିନିକା ତହସିଲ କାର୍ଯ୍ୟାଳୟ ତରଫରୁ ତହସିଲ ଅନ୍ତର୍ଗତ ମହଦା ଗ୍ରାମ ର ଦଇତି ଭୁଏ, ପଦ୍ମିନୀ ଗଡ଼ତିଆ, ବୁଇ ସା, ଓ ବାସନ୍ତୀ ସା, ସିଆଲି ଗ୍ରାମ ର ଚନ୍ଦ୍ରକାନ୍ତି ତାଣ୍ଡି, ତୁଲୁଣ୍ଡୁପାଲି ର ପାର ଗଡ଼ତିଆ, ସିଂହୀଯୁବା ର ମାଳତୀ ନାଏକ, ଓ ଅନୁସୟା ବିଶ୍ୱାଳ ପ୍ରଭୁତି 0୮ ଜଣ ଭୂମିହୀନ ଙ୍କୁ ବସୁନ୍ଧରା ଯୋଜନାରେ ଘରଡ଼ିହ ପଟ୍ଟା ପ୍ରଦାନ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ,ବିନିକା ଶ୍ରୀ ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ଉନ୍ନୟନ ତଥା ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ନିହାର ରଞ୍ଜନ କଁହର,ଉପ ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର , ତହସିଲଦାର ବିନିକା, ମୁକ୍ତେଶ୍ଵର ପାଣିଗ୍ରାହୀ,ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ l ଅଦ୍ୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଗତ ଏକ ମାସ ମଧ୍ୟରେ ବିନିକା ବ୍ଲକ ର ବିଭିନ୍ନ ସମସ୍ୟା ଉପରେ ପ୍ରକାଶିତ ଖବର ଉପରେ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି, ବିଭାଗୀୟ ଅଧିକାରୀ ମାନେ ଅଂଚଳର ଜନ ଜୀବନ କୁ ପ୍ରଭାବିତ କରୁଥିବା ଭଳି ବିଭାଗୀୟ ଖବର ଗୁଡିକୁ ଗୁରୁତ୍ୱର ସହ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି l
ରିପୋର୍ଟ, ଉଗ୍ରସେନ କର୍ମୀ ସୁବର୍ଣ୍ଣପୁର
إرسال تعليق