BREAKING
Loading...
:

ଡୁଙ୍ଗୁରିପାଲି ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

 ଡୁଙ୍ଗୁରିପାଲି ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :






ସୁବର୍ଣ୍ଣପୁର,  (ମଣିଭଦ୍ରା ଖବର)ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l  ଅତିରକ୍ତ ଜିଲ୍ଲପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୭୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬୫ ଗୋଟି,  ସାମୁହିକ ଦରଖାସ୍ତ 0୬ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର 0୭ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୬୪ ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ  ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ପ୍ରାପ୍ତ ଦରଖାସ୍ତ ମଧ୍ୟରେ ୮ ଗୋଟି ସି ଏମ ଆର ଏଫ ନିମନ୍ତେ ଗ୍ରହଣ କରାଯାଇଛି l ଶିବିର ଅବସରରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀ ଦାଶ ବ୍ଲକ ଅନ୍ତର୍ଗତ ୨ ଗୋଟି ଭିନ୍ନକ୍ଷମ ଦମ୍ପତି ଙ୍କୁ ଭିନ୍ନକ୍ଷମ ବିବାହ ପ୍ରୋତ୍ସାହନ ରାଶି ବାବଦରେ ପ୍ରତ୍ୟେକ ଦମ୍ପତି ଙ୍କୁ୨,୫0,000/- ଟଙ୍କା ଲେଖାଏଁ ପ୍ରଦାନ କରିଛନ୍ତି l ସେହିପରି ୨୫ ଜଣ ଏସ ଏଚ ଜି ମାଁ ମାନଙ୍କୁ କିଚେନ ଗାର୍ଡେନ ନିମନ୍ତେ ପନିପରିବା ଚାଷ ପାଇଁ ବିଭିନ୍ନ ପନିପରିବା ସମ୍ମିଳିତ ମଞ୍ଜିକିଟ ପ୍ରଦାନ କରାଯାଇଛି l ବି ଡି ଓ, ଶ୍ରୀ ତ୍ରିପୁର ମହାନନ୍ଦିଆ  ଙ୍କ ତତ୍ୱାବଧାନ ରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଳା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ନିହାର ରଞ୍ଜନ କଁହର,ବ୍ଲକ ଅଧ୍ୟକ୍ଷ୍ୟା ଶ୍ରୀମତୀ ଅହଲ୍ୟା ସାହୁ, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ l 


ରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Post a Comment

Previous Post Next Post
Header ADS