BREAKING
Loading...
:

ବିଧାନସଭା ଷ୍ଟାଣ୍ଡିଂ କମିଟି ଗସ୍ତ ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ l

 ବିଧାନସଭା ଷ୍ଟାଣ୍ଡିଂ କମିଟି ଗସ୍ତ ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ l



ସୁବର୍ଣ୍ଣପୁର ( ମଣିଭଦ୍ରା ଖବର),ଓଡ଼ିଶା ବିଧାନସଭା ଷ୍ଟାଣ୍ଡିଂ କମିଟିର ଏକ ପ୍ରତିନିଧି ମଣ୍ଡଳୀ ବରିଷ୍ଠ ବିଧାୟକ ନରସିଂହ ମିଶ୍ରଙ୍କ ନେତୃତ୍ୱରେ ଆସନ୍ତା ୭ ତାରିଖ ଦିନ ବୌଦ୍ଧ ଜିଲ୍ଲା ଗସ୍ତ କରି ବିଭିନ୍ନ ବିଭାଗର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ହସ୍ତତନ୍ତ ବୟନ ହସ୍ତଶିଳ୍ପ ବିଭାଗ,ଯୋଗାଣ ବିଭାଗ,ସମବାୟ ସମିତି ବିଭାଗର କାର୍ଯ୍ୟ ନେଇ ଏହି କମିଟି ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ସଂପୃକ୍ତ ବିଭାଗୀୟ ଅଧିକାରୀମାନେ ସମସ୍ତ ତଥ୍ୟ ପ୍ରସ୍ତୁତ କରି ରଖିବାକୁ ଜିଲ୍ଲାପାଳ ଶ୍ରୀସାହୁ ନିର୍ଦ୍ଦେଶ ଦେଇଥିଲେ । ଏହି କମିଟିରେ ଅନ୍ୟମାନଙ୍କ ମଧ୍ୟରେ କଣ୍ଟାମାଳ ବିଧାୟକ ମହୀଧର ରଣା ଏବଂ ଲାଞ୍ଜିଗଡ ବିଧାୟକ ପ୍ରଦିପ କୁମାର ଦିଶିରୀଙ୍କ ସମେତ ସଂପୃକ୍ତ ବିଭାଗର ୧୫ ଜଣ ବରିଷ୍ଠ ଅଧିକାରୀମାନେ ସାମିଲ ହେବେ ବୋଲି ଜଣାଯାଇଛି ।  ଏହି ପ୍ରସ୍ତୁତି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା, ଜିଲ୍ଲାପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର,ଏପିଡି ପ୍ରତାପ ଚନ୍ଦ୍ର ପ୍ରଧାନ,ଉପଜିଲ୍ଲାପାଳ ସନତ କୁମାର ନାଏକ,ନିଜାରତ ଅଧିକାରୀ ବିଜୟ କୁମାର ପ୍ରଧାନ,ଜିଲ୍ଲା ଯୋଗାଣ ଅଧିକାରୀ ବିଭୁପ୍ରସନ୍ନ ଆଚାର୍ଯ୍ୟଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । 


ରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Post a Comment

Previous Post Next Post
Header ADS