ଚାହାଳୀ ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ
ନୂଆଗାଁ ( ମଣିଭଦ୍ରା ଖବର)ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ଚାହାଳୀ ଜନଶକ୍ତି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ସୁବର୍ଣ୍ଣ ଜୟନ୍ତୀ କିପରି ପାଳନ କରାଯିବ ସେ ଉପରେ ଆଲୋଚନା କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା,ଶିକ୍ଷା ବିଭାଗୀୟ ଅଧିକାରୀ,ଅବସରପ୍ରାପ୍ତ ଶିକ୍ଷକ,ଶିକ୍ଷା କମିଟି ର ଚେୟାରମେନ,ସଦସ୍ୟ, ସଦସ୍ୟା ଙ୍କ ସହିତ ଶିକ୍ଷକ ଉପସ୍ଥିତ ଥିଲେ।
ରିପୋର୍ଟ ପୁଷ୍ପଲତା ପ୍ରଧାନ ନୂଆଗାଁ
إرسال تعليق