ନୂଆଗାଁ ପଞ୍ଚାୟତ ରେ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ସ୍ତରୀୟ ସ୍ବାସ୍ଥ୍ୟ ମେଳା
ନୂଆଗାଁ( ମଣିଭଦ୍ରା ଖବର)ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦରମହକୁମା ନୂଆଗାଁ ପଞ୍ଚାୟତ ପରିସରରେ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ସ୍ତରୀୟ ସ୍ବାସ୍ଥ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ସ୍ତରୀୟ ସ୍ବାସ୍ଥ୍ୟ ମେଳା କୁ ଉଦଘାଟନ କରିବା ସହ ସ୍ବାସ୍ଥ୍ୟ ହିଁ ସମ୍ପଦ ଉପରେ ଗୁରୁତ୍ୱାରୋପ କରିଥିଲେ।ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା,ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା,ବ୍ଲକ୍ ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ସାସମଲ୍, ସରପଞ୍ଚ ଅମିତା ପରିଡ଼ା,ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ ,ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା, ମହିପୁର ସି ଏଚ ସି ଅଧିକାରୀ ଡ଼ ସତିଶ ନିବେଦନ ,ପୂର୍ବତନ ସମିତି ସଭ୍ୟ ରମେଶ ଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ଡାକ୍ତର ଚିରଞ୍ଜିବୀ ବ୍ରହ୍ମା,ନୂଆଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଫାର୍ମାସିଷ୍ଟ ସଦାଶିବ ବେହେରା ଏବଂ ସ୍ବାସ୍ଥ୍ୟ ବିଭାଗୀୟ କର୍ମଚାରୀ ଉପସ୍ଥିତ ରହି ଲୋକମାନଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇଥିଲେ।
ରିପୋର୍ଟ ପୁଷ୍ପଲତା ପ୍ରଧାନ ନୂଆଗାଁ
إرسال تعليق