ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ
ନୂଆଗାଁ( ମଣିଭଦ୍ରା ଖବର)ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦରମହକୁମାରେ ଥିବା ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ଅଧ୍ୟକ୍ଷ ସନ୍ତୋଷ କୁମାର ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା,ନୂଆଗାଁ ଗ୍ରାମ ପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା,ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟର ପାଠ୍ୟକ୍ରମ ଓ ସହ ପାଠ୍ୟକ୍ରମ କାର୍ଯ୍ୟକ୍ରମ ରେ ଛାତ୍ର ଛାତ୍ରୀ ସ୍ଵତଃସ୍ପୃତ ଭାବେ ଅଂଶ ଗ୍ରହଣ କରିବା ନିହାତି ଆବଶ୍ୟକ ବୋଲି କହିଥିଲେ ।।ଏହି କାର୍ଯ୍ୟକ୍ରମ ରେ କ୍ରୀଡା ସହିତ ରଚନା, ତର୍କ ଆଦି ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ପ୍ରଥମ ଏବଂ ଦ୍ଵିତୀୟ ବର୍ଷ ର ଛାତ୍ର ଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ।ଇତିହାସ ଅଧ୍ୟାପକ ରମେଶ ଚନ୍ଦ୍ର ନାୟକ ଧନ୍ୟବାଦ୍ ଅର୍ପଣ କରିଥିବା ବେଳେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ,ଅଧ୍ୟାପିକା ,କର୍ମଚାରୀ ସହଯୋଗ କରିଥିଲେ ।
ରିପୋର୍ଟ ପୁଷ୍ପଲତା ପ୍ରଧାନ ନୂଆଗାଁ
Post a Comment