BREAKING
Loading...
:

ଡିମିରି ପଲ୍ଲୀ ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବରେ ଯୋଗଦେଲେ ଦଶପଲ୍ଲା ବିଧାୟକ

 ଡିମିରି ପଲ୍ଲୀ  ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବରେ ଯୋଗଦେଲେ ଦଶପଲ୍ଲା ବିଧାୟକ




ନୂଆଗାଁ (ମଣିଭଦ୍ରା ଖବର)ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଗୁମି ଗ୍ରାମ ପଞ୍ଚାୟତ ଅଧୀନ ରେ ଥିବା ଡିମିରି ପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟ ର ୬୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ମୂଖ୍ୟ  ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ବିଦ୍ୟାଳୟ ର ଉନ୍ନତି ରେ ଶିକ୍ଷକ ଏବଂ ଛାତ୍ର ଛାତ୍ରୀ ମାନଙ୍କ ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରିଥିଲେ।ତତ୍ ସହିତ  ବିଦ୍ୟାଳୟ ଏବଂ ଛାତ୍ର ଛାତ୍ରୀ ମାନଙ୍କ ଅଧିକରୁ ଅଧିକ କିପରି   ଉନ୍ନତି ହୋଇପାରିବ ସେ ଉପରେ ଯୁବ ବିଧାୟକ ଗୁରୁତ୍ୱାରୋପ କରିଥିଲେ। ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ,ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା,ସରପଞ୍ଚ ବବୃ ମହାରଣା,ସମିତି ସଭ୍ୟ ସଞ୍ଜୀବ କୁମାର ଡାକୁଆ ପ୍ରମୁଖ ଉପସ୍ଥିତ ଥିଲେ। ବିଭିନ୍ନ ପ୍ରତିଯୋଗିତାରେ  କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ଦଶପଲ୍ଲା ବିଧାୟକ ପୁରସ୍କୃତ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ପରିଚାଳନା କମିଟି ,ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ।


ରିପୋର୍ଟ ପୁଷ୍ପଲତା ପ୍ରଧାନ ନୂଆଗାଁ 

Post a Comment

أحدث أقدم
Header ADS