BREAKING
Loading...
:

ଦ୍ବିତୀୟ ଦିନରେ ପହଁଚିଲା ଡ୍ରାଇଭର ମହାସଂଘର ଧର୍ମଘଟ: ଅତ୍ୟାବଶ୍ୟକ ସାମଗ୍ରୀ ଚିନ୍ତାରେ ଖାଉଟି, ଯାତ୍ରୀ ହନ୍ତସନ୍ତ

 ଦ୍ବିତୀୟ ଦିନରେ ପହଁଚିଲା ଡ୍ରାଇଭର ମହାସଂଘର ଧର୍ମଘଟ:

 ଅତ୍ୟାବଶ୍ୟକ ସାମଗ୍ରୀ ଚିନ୍ତାରେ ଖାଉଟି, ଯାତ୍ରୀ ହନ୍ତସନ୍ତ 






ବାଲିଗୁଡ଼ା:(ମଣିଭଦ୍ରା ଖବର): ଡ୍ରାଇଭର ଏକତା ମହାମଞ୍ଚ ଆନୁକୁଲ୍ୟରେ ମାର୍ଚ୍ଚ ୧୫ ତାରିଖରୁ ୧୦ ଦଫା ଦାବି ନେଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରଖିଛି ଓଡ଼ିଶା ଡ୍ରାଇଭର ମହାସଂଘ । ଗୁରୁବାର ଧର୍ମଘଟ ଦ୍ବିତୀୟ ଦିନରେ ପହଁଚିଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ବୁଧବାର ଠାରୁ ସମସ୍ତ ଘରୋଇ ଯାତ୍ରୀବାହୀ ବସ୍ ଚଳାଚଳ ବନ୍ଦ ଥିବାବେଳେ ଗୁରୁବାର ସରକାରୀ ବସକୁ ମଧ୍ୟ ଡ୍ରାଇଭର ସଂଘର ସଦସ୍ୟ ମାନେ ଅଟକାଇଥିବା ଦେଖିବାକୁ ମିଳିଛି । ଫଳରେ ଯାତ୍ରୀ ମାନେ ନାହିଁନଥିବା ଅସୁବିଧାର ସମ୍ମୁଖିନ ହେଉଥିବା ବେଳେ ଦୂରଦୂରାନ୍ତରୁ ପରୀକ୍ଷା ଦେବାକୁ ଆସିଥିବା ଛାତ୍ରଛାତ୍ରୀ ତଥା ବିଭିନ୍ନ କାର୍ଯ୍ୟରେ ଆସିଥିବା ଜନସାଧାରଣ କିଭଳି ଘରକୁ ଫେରିବେ ସେନେଇ ଚିନ୍ତାରେ ଥିବା ଜଣାପଡ଼ିଛି । ସେପଟେ ବିଭିନ୍ନ ସ୍ଥାନରେ ମାଲବାହୀ ଟ୍ରକ୍ ଗୁଡ଼ିକ ଅଟକି ରହିଥିବା ମଧ୍ୟ ଦେଖିବାକୁ ମିଳୁଛି । ଟାଙ୍କିରେ ସରିଲାଣି ତେଲ । ପେଟ୍ରୋଲ ପମ୍ପ କୁ ପହଁଚି ପାରୁନି ପେଟ୍ରୋଲ ଓ ଡିଜେଲ୍ ଗାଡ଼ି । ଫଳରେ ଦୁଇ ଚକିଆ ଓ ଚାରିକିଆ ଗାଡ଼ିକୁ ଆବଶ୍ୟକ ଅନୁଯାୟୀ ପେଟ୍ରୋଲ ଓ ଡିଜେଲ୍ ମିଳିପାରୁ ନ ଥିବା ଦେଖିବାକୁ ମିଳିଛି । ସେପଟେ ପନିପରିବା ସମେତ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟ ପହଁଚି ପାରୁନଥିବାରୁ ଖାଉଟି ଏବେ ଚିନ୍ତାରେ ଥିବା ଜଣାପଡ଼ିଛି । ଡ୍ରାଇଭର ମାନଙ୍କର ଏହି ଆନ୍ଦୋଳନ ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ସମାଧାନ କରିବାକୁ ଅଞ୍ଚଳ ବାସୀଙ୍କ ତରଫରୁ ଦାବୀ ହେଉଛି l

ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ, ବାଲିଗୁଡା, ଜି. କନ୍ଧମାଳ

Post a Comment

Previous Post Next Post
Header ADS