ବ୍ଳକ ଅନ୍ତନିର୍ବେଶୀ ସାଧନ କେନ୍ଦ୍ର ଉଦଘାଟିତ ଏବଂ ଭିନ୍ନକ୍ଷମ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଣିଆ ୩୧/୦୩(ମଣିଭଦ୍ରା ଖବର) ଗଣିଆ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଳକ ଅନ୍ତନିର୍ବେଶୀ ସାଧନ କେନ୍ଦ୍ର ଓ ଭିନ୍ନକ୍ଷମ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ଜିଲ୍ଲା ପରିଷଦ ସଭ୍ୟ ନରେଶ କୁମାର ବେହେରା, ଶିକ୍ଷା ଅଧିକାରୀ ରବିନ୍ଦ୍ର କୁମାର ରାଉତରାୟ, ଅତିରିକ୍ତ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ରବିନ୍ଦ୍ର କୁମାର ବେହେରା, ପ୍ରଫୁଲ୍ଲ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ନୂତନ ଭାବେ ନିର୍ମାଣ କରାଯାଇଥିବା ସାଧନ କେନ୍ଦ୍ରକୁ ଅଧ୍ୟକ୍ଷା ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏହି ଅବସରରେ ବ୍ଳକର ୮ଟି ପଞ୍ଚାୟତର ଭିନ୍ନକ୍ଷମ ଛାତ୍ର ଛାତ୍ରୀଙ୍କୁ ନେଇ ଏକ ଭିନ୍ନକ୍ଷମ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ପ୍ରାୟ ୧୮ ଜଣ ଭିନ୍ନକ୍ଷମଙ୍କୁ ବିଭିନ୍ନ ଭିନ୍ନକ୍ଷମ ଉପକରଣ ବଣ୍ଟନ କରାଯାଇଥିଲା । ଭିନ୍ନକ୍ଷମ ମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବା ତଥା ସେମାନଙ୍କୁ ଉପକରଣ ବଣ୍ଟନ କରିବା ଫଳରେ ଅନେକ ଗରୀବ ଛାତ୍ର ଛାତ୍ରୀ ଉପକୃତ ହେଉଛନ୍ତି ବୋଲି ଅଧ୍ୟକ୍ଷା ପ୍ରକାଶ କରିଛନ୍ତି ।
ରିପୋର୍ଟ ମଣିଭଦ୍ରା ଖବର ଗଣିଆ
Post a Comment