BREAKING
Loading...
:

ପଞ୍ଚାୟତ ସ୍ତରୀୟ ସ୍ବାଧିନତା ଦିବସ ପାଳିତ

 ପଞ୍ଚାୟତ ସ୍ତରୀୟ ସ୍ବାଧିନତା ଦିବସ ପାଳିତ 

ଗଣିଆ ( ମଣିଭଦ୍ରା ଖବର) ଗଣିଆ ବ୍ଳକ କିଶୋର ପ୍ରସାଦ ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ୭୮ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଡ଼ିଓ ଡ଼ା ବେବିତା ମଞ୍ଜରୀ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସରପଞ୍ଚ ଗୀତାରାଣୀ ବେହେରା, ସମିତି ସଭ୍ୟା ରଞ୍ଜିତା ବେହେରା, ପ୍ରଧାନଶିକ୍ଷକ ବଳରାମ ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ଛାତ୍ର ଛାତ୍ରୀ ମାନେ ପଞ୍ଚାୟତ ପରିକ୍ରମା କରି ବିଦ୍ୟାଳୟ ପରିସରରେ ପହଞ୍ଚିଥିଲେ । ସେଠାରେ ମୁଖ୍ୟ ଅତିଥି ପ୍ୟାରେଡ ପରିଦର୍ଶନ କରି ଅଭିବାଦନ ଗ୍ରହଣ କରିଥିଲେ ।

 ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସାମାଜିକ କର୍ମୀ ବିଜୟ କୁମାର ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । 


ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର 

Post a Comment

Previous Post Next Post
Header ADS