ଆଡକଟା ବନମାଳୀ ବାରିକି ମହାବିଦ୍ୟାଳୟରେ ଏଡସ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଣିଆ (ମଣିଭଦ୍ରା ଖବର) ଆଡକଟା ବନମାଳୀ ବାରିକି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସ୍ନାତକ ମହାବିଦ୍ୟାଳୟ ପରିସରରେ ଯୁବ ରେଡକ୍ରସ୍ ଓଡ଼ିଶା ଆନୁକୂଲ୍ୟରେ ରେଡ ରିବନ କ୍ଳବ୍ ତରଫରୁ ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ମହାବିଦ୍ୟାଳୟର ଅଧ୍ୟକ୍ଷ ସଞ୍ଜୟ କୁମାର ପଣ୍ଡା ଅଧ୍ୟକ୍ଷତା କରି ଏଡସର ଭୟାବହତା ଏବଂ ଏହାର ନିରାକରଣ ସମ୍ପର୍କରେ ଛାତ୍ର ଛାତ୍ରୀଙ୍କୁ ସଚେତନ କରିଥିଲେ । ଯୁବ ରେଡକ୍ରସର ସଂଯୋଜକ ଦୁର୍ଯୋଧନ ପରିଡ଼ା କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଦେବୀପ୍ରସାଦ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ୨୦୦ରୁ ଅଧିକ ଛାତ୍ର ଛାତ୍ରୀ ଏବଂ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।
ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର
Post a Comment