BREAKING
Loading...
:

ବ୍ଳକ ସ୍ତରୀୟ ପ୍ରଧାନଶିକ୍ଷକ ବୈଠକ ଅନୁଷ୍ଠିତ

 ବ୍ଳକ ସ୍ତରୀୟ ପ୍ରଧାନଶିକ୍ଷକ ବୈଠକ ଅନୁଷ୍ଠିତ 

ଗଣିଆ(ମଣିଭଦ୍ରା ଖବର) କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଳକ ସ୍ତରୀୟ ପ୍ରଧାନଶିକ୍ଷକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ଳକ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ, କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ନିହାର ବାଳା ରାଉତ, କିଶୋର ପ୍ରସାଦ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗଦୀଶ ମିଶ୍ର, ଦଧିବାମନ ଜୀଉ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ସୁଦାମ ଚରଣ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ । ସମସ୍ତ ମଞ୍ଚାସୀନ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । 

ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନକୁ ଗୁରୁତ୍ବ ଦେବାକୁ ଶିକ୍ଷକ ମାନେ ଚେଷ୍ଟା କରିବା ଆବଶ୍ୟକ ବୋଲି ଶିକ୍ଷା ଅଧିକାରୀ ସୂଚନା ପ୍ରଦାନ କରିଥିଲେ । ଶିକ୍ଷା ବିଭାଗ ତରଫରୁ ହେଉଥିବା ବ୍ଳକ ସ୍ତରୀୟ କାର୍ଯ୍ୟକ୍ରମ ପାଇଁ ସମସ୍ତେ ସହଯୋଗର ହାତ ବଢ଼ାଇବାକୁ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଗଣିଆ ବ୍ଳକ ୮ଟି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ମାନେ ଉପସ୍ଥିତ ଥିଲେ । କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ସଂପୂର୍ଣ୍ଣ ସହଯୋଗ କରିଥିଲେ । 


ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର 

Post a Comment

Previous Post Next Post
Header ADS