BREAKING
Loading...
:

ଦଶହରାରେ ଶୁଖିଲା ରହିବ ପାଗ.....*

 *ଦଶହରାରେ ଶୁଖିଲା ରହିବ ପାଗ.....*



ଭୁବନେଶ୍ଵର (ମଣିଭଦ୍ରା ଖବର) ଏଥର ଦଶହରାରେ ପାଗ ଶୁଖିଲା ରହିବ । ହେଲେ ନୟାନ୍ତ କରିପାରେ ଗୁଳୁଗୁଳିଆ ପାଗ । କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକଙ୍କ କହିବାନୁସାରେ ରାଜ୍ୟରେ ଆସନ୍ତା ୧୦ ଦିନ ପର୍ଯ୍ୟନ୍ତ ପାଗ ପ୍ରାୟତଃ ଶୁଖିଲା ରହିବ । ସମ୍ଭବତଃ ଆସନ୍ତା ୬ କିମ୍ବା ୭ ତାରିଖରେ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକା ବର୍ଷା ହୋଇପାରେ ।

.୧୧ ଓ ୧୨ ତାରିଖରେ ପଶ୍ଚିମ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ପଶ୍ଚିମବଙ୍ଗ ଉପରେ ଗତକାଲିଠାରୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ମାତ୍ର ଏହା ଓଡ଼ିଶାରୁ ଦୂରରେ ରହିବ । ଏହାର କୌଣସି ପ୍ରଭାବ ରାଜ୍ୟ ଉପରେ ପଡ଼ିବନାହିଁ । ଶନିବାର ଠାରୁ ୬ ତାରିଖ ସକାଳ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି।ସମଗ୍ର ଉପକୂଳରେ ପାଗ ଶୁଖିଲା ରହିବା ସମ୍ଭାବନା ଅଛି । ତେବେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସଙ୍କେତ ମିଳୁନାହିଁ ।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS