BREAKING
Loading...
:

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି 

 ଭୁବନେଶ୍ଵର (ମଣିଭଦ୍ରା ଖବର) ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ଯାଳୟର କନିଷ୍ଠ କିରାଣି ପ୍ରଦୀପ୍ତ କୁମାର ସାହୁ। ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଚମ୍ପାଝର ଏମଇ ସ୍କୁଲର ପୂର୍ବତନ ଶିକ୍ଷୟିତ୍ରୀଙ୍କ ଇନକ୍ରିମେଣ୍ଟ ଏରିୟର ଟଙ୍କା କରାଇ ଦେବା ଲାଗି ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ।ତେବେ ୬ ହଜାର ଟଙ୍କାରେ ରାଜି ହୋଇଥିଲେ। ଏନେଇ ଖୋର୍ଦ୍ଧା ଭିଜିଲାନ୍ସ କାର୍ଯ୍ଯାଳୟରେ ଅଭିଯୋଗ କରିଥିଲେ ପୂର୍ବତନ ଶିକ୍ଷୟିତ୍ରୀ। ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ଜାଲ ବିଛାଇଥିଲା। ଆଜି ରାତି ୯ଟାରେ ପୂର୍ବ ଯୋଜନା ମୁତାବକ ଡିଇଓ କାର୍ଯ୍ଯାଳୟ ପରିସରରେ ଲାଞ୍ଚ ନେଉଥିବା ବେଳେ ବାହାରେ ଛକିଥିବା ଭିଜିଲାନ୍ସ ଟିମ ତାଙ୍କ ଠାରୁ ରଙ୍ଗ ପ୍ରଲେପ ଦିଆ ଲାଞ୍ଚ ଟଙ୍କା ଜବତ କରିଥିଲା। ପ୍ରଦୀପ୍ତଙ୍କୁ ଗିରଫ କରି ଭୁବନେଶ୍ବର ଭିଜିଲାନ୍ସ କାର୍ଯ୍ଯାଳୟକୁ ଅଣାଯାଇଛି। ଏନେଇ ଭୁବନେଶ୍ବର ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜୁ ହୋଇଛି। ଗିରଫ ସହ ଅଫିସରୁ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ।


ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS