BREAKING
Loading...
:

ପ୍ରାଥମିକ ଶିକ୍ଷକ ଭବନ ପରିସରରେ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

 ପ୍ରାଥମିକ ଶିକ୍ଷକ ଭବନ ପରିସରରେ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ 

ଗଣିଆ (ମଣିଭଦ୍ରା ଖବର) ଗଣିଆ ବ୍ଳକ ପ୍ରାଥମିକ ଶିକ୍ଷକ ଭବନ ପରିସରରେ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ବ୍ଳକର ପ୍ରାଥମିକ ବିଦ୍ୟାଳୟ ଠାରୁ ଆରମ୍ଭ କରି କଲେଜ ପଢୁଥିବା  ବାଳିକା ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା । ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା ଯୋଗ ଦେଇଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ସରପଞ୍ଚ ଗିରିଧାରୀ ସେଠୀ, ସମିତି ସଭ୍ୟ ଫକୀର ମୋହନ ଡାକୁଆ, ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ,ସିଡିପିଓ ଉଷାରାଣୀ ସାହୁ, ଅତିରିକ୍ତ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ବେହେରା, ନିରୁପମା ମହାପାତ୍ର,ମଣ୍ଡଳ ସାଧନ ସଂଯୋଜକ ବିନୋଦିନୀ ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ । ଆନ୍ତର୍ଜାତିକ ମହିଳା ଦିବସ ସମ୍ପର୍କରେ ଅତିଥି ମାନେ ମତପ୍ରକାଶ କରିଥିଲେ । 

ସରକାର ବାଳିକା ମାନଙ୍କର ଶିକ୍ଷା ତଥା ପ୍ରତିଭାର ବିକାଶ ପାଇଁ ଅନେକ ଯୋଜନା ହାତକୁ ନେଇଥିବାରୁ ବାଳିକା ମାନେ ନିଜକୁ ଆଗକୁ ନେବାକୁ ଚେଷ୍ଟା କରିବା ଆବଶ୍ୟକ ବୋଲି ମୁଖ୍ୟ ଅତିଥି ପ୍ରକାଶ କରିଥିଲେ । ଏହି ପରିପ୍ରେକ୍ଷୀରେ ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ଅର୍ଜନ କରିଥିବା କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶିକ୍ଷକ ପ୍ରଫୁଲ୍ଲ କୁମାର ମିଶ୍ରଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ । 

ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର 

Post a Comment

Previous Post Next Post
Header ADS