୮ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ,ଆଇସିୟୁରେ ଭର୍ତ୍ତି
କଟକ (ମଣିଭଦ୍ରା ଖବର) କଟକ ବାରଙ୍ଗ ଅଞ୍ଚଳରେ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ କରାଯାଇଥିବାର ଅଭିଯୋଗ ହୋଇଛି। ଗୁରୁତର ନାବାଳିକାକୁ ଉଦ୍ଧାର କରାଯାଇ ଶିଶୁ ଭବନର ଆଇସିୟୁରେ ଭର୍ତ୍ତି କରାଯାଇଛି। ବାରଙ୍ଗ ଅଞ୍ଚଳରେ ଏକ ଇଟା ଭାଟିରେ ନାବାଳିକାଙ୍କ ପରିବାର ଲୋକମାନେ କାମ କରି ଆସୁଥିଲେ। ସେହିଠାରେ ହିଁ ନାବାଳିକାଙ୍କ ସହ ଏଭଳି ଲଜ୍ଜାଜନକ ଘଟଣା ଘଟିଛି। ଏ ନେଇ ପରିବାର ଲୋକ ବାରଙ୍ଗ ଥାନାରେ ଏତଲା ଦେଇଛନ୍ତି। ଘଟଣା ଘଟିବା ପରେ ଅଭିଯୁକ୍ତ ଜଣକ ଫେରାର୍ ହୋଇଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି। ଅଭିଯୁକ୍ତ ଜଣକ ଝାଡଖଣ୍ଡ ଅଞ୍ଚଳର ହୋଇଥିବା ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି।
ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର
إرسال تعليق