ମନମୋହନ ସିଂଙ୍କ ପରଲୋକ
(ମଣିଭଦ୍ରା ଖବର) ସାରା ଭାରତ ବର୍ଷ ପାଇଁ ଏକ ଦୁଃଖଦ ଖବର । ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ ଦିଲ୍ଲୀ ଏମ୍ମସ୍ ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଆଜି ସନ୍ଧ୍ୟାରେ ଅଚାନକ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସକୁ ନିଆଯାଇଥିଲା ଏବଂ ସେଠାରେ ଜରୁରୀକାଳୀନ ୱାର୍ଡରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ୯୨ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ତାଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୋକ ପ୍ରକାଶ କରିଛନ୍ତି ।
ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର
Post a Comment