BREAKING
Loading...
:

ବିରଳ ଘଟଣା; ଆଜି ଆକାଶରେ ଦିଶିବ କଳା ଜହ୍ନ

 ବିରଳ ଘଟଣା; ଆଜି ଆକାଶରେ ଦିଶିବ କଳା ଜହ୍ନ


 : ଆଜି ଆକାଶରେ ଦିଶିବ କଳା ଜହ୍ନ। ଆଜି ଆକାଶରେ ଏପରି ଏକ ବିରଳ ଘଟଣା ଦେଖିବାକୁ ମିଳିବ। ଏସିଆ, ଆଫ୍ରିକା ଏବଂ ୟୁରୋପ ମହାଦେଶରେ ଏହା ଆଜି ଦୃଶ୍ୟମାନ ହେବ। ଭାରତ ଆକାଶରେ ଆସନ୍ତାକାଲି ଭୋର୍ ଅର୍ଥାତ ସକାଳ ୪ଟା ବେଳେ ଏହା ଦେଖିବାକୁ ମିଳିବ।କଳାଜହ୍ନ କଥା କହିଲେ ମନରେ ଅନେକ କୌତୁହଳ, ରୋମାଞ୍ଚ ଏବଂ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥାଏ।

ସାଧାରଣତଃ ଗୋଟିଏ ମାସରେ ଦୁଇ ଥର ଅମାବାସ୍ୟା ପଡ଼ିଲେ ଏହା ଦୃଶ୍ୟମାନ ହୋଇଥାଏ। ଦ୍ୱିତୀୟ ଅମାବାସ୍ୟା ରାତିକୁ କଳା ଜହ୍ନ ବୋଲି କୁହାଯାଇଥାଏ।


ସେହିପରି ୩ ମାସରେ ୪ ଥର ଅମାବାସ୍ୟା ଆସିଥିଲେ ବି ତାହାକୁ କଳା ଜହ୍ନ ବୋଲି କୁହାଯାଏ। ଅନ୍ୟ ଅମାବାସ୍ୟା ଭଳି ଚନ୍ଦ୍ର ପୃଥିବୀ ଓ ସୂର୍ଯ୍ୟ ମଧ୍ୟରେ ରୁହେ, ଫଳରେ ଏହା ଦେଖାଯାଏ ନାହିଁ। ଚନ୍ଦ୍ରଗ୍ରହଣ ଭଳି ଏହା କୌଣସି ପ୍ରଭାବ ପକାଏନି। କିନ୍ତୁ ଗୋଟିଏ ମାସରେ ଦୁଇଟି ଅମାବାସ୍ୟା ଆସୁଥିବାରୁ ଏହାର ଗୁରୁତ୍ୱ କିଛିଟା ବଢ଼ି ଯାଏ ।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS