BREAKING
Loading...
:

ଆଜିଠୁ ଯୁକ୍ତ୨ ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ: ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା*

 *ଆଜିଠୁ ଯୁକ୍ତ୨ ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ: ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା*

କଟକ(ମଣିଭଦ୍ରା ଖବର) ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମର ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ ଡିସେମ୍ବର ୨୩ ତଥା ସୋମବାରଠାରୁ ଆରମ୍ଭ ହେବାକୁ ଯାଉଛି।*

*ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମର ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ ଡିସେମ୍ବର ୨୩ ତଥା ସୋମବାରଠାରୁ ଆରମ୍ଭ ହେବାକୁ ଯାଉଛି। ଡିସେମ୍ବର ୩୦ ପର୍ଯ୍ୟନ୍ତ ହେବାକୁ ଥିବା ଆସେସ୍‌ମେଣ୍ଟ ୧୦ କିମ୍ବା ୨୦ ମାର୍କ ବିଶିଷ୍ଟ ରହିବ। ବିଜ୍ଞାନ, କଳା, ବାଣିଜ୍ୟ, ଧନ୍ଦାମୂଳକ ଓ କରେସ୍ପୋଣ୍ଡେନ୍ସ ପାଠ୍ୟକ୍ରମର ପ୍ରାକ୍ଟିକାଲ କିମ୍ବା ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୧୦ ଓ ୨୦ ମାର୍କ ବିଶିଷ୍ଟ ପରୀକ୍ଷା କରାଯିବ। ଯାହାର ଅବଧି ୪୫ ମିନିଟ୍‌ ରଖାଯାଇଛି। ପ୍ରାକ୍ଟିକାଲ ତଥା ପ୍ରୋଜେକ୍ଟ ଥିବା ବିଷୟଗୁଡ଼ିକରେ ୨୦ ମାର୍କର ପରୀକ୍ଷା ହେବ ଏବଂ ସମୟ ଅବଧି ଦୁଇ ଘଣ୍ଟା ରହିବ। ସରକାରୀ ଛୁଟି ଦିନ ବ୍ୟତୀତ ଅନ୍ୟ ଦିନରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା କରାଇବାକୁ ସିଏଚ୍‌ଏସ୍‌ଇ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି। ପରୀକ୍ଷାର ସୁପରିଚାଳନା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରିବାକୁ ବିଦ୍ୟାଳୟ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ମାନସ କୁମାର ସାହୁ, କଟକ 

Post a Comment

أحدث أقدم
Header ADS