BREAKING
Loading...
:

ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

 ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ 

ବ୍ୟୁରୋ (ମଣିଭଦ୍ରା ଖବର) ଜାନୁଆରୀ ୨୩ ତାରିଖ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ଅବସରରେ ଗଣିଆ ବ୍ଳକ କିଶୋର ପ୍ରସାଦ ପଞ୍ଚାୟତ ପାଣ୍ଡରାସିଂହା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । 

ଏହି ଅବସରରେ ଆୟୋଜିତ ସଭାରେ ପ୍ରଧାନଶିକ୍ଷକ ପ୍ରତାପ କୁମାର ପାଣିଗ୍ରାହୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ବୈଠକରେ ବ୍ଳକ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ, ଆରସି ସାମନ୍ତରାୟ ମହାବିଦ୍ୟାଳୟ ଅଧ୍ୟକ୍ଷ ମଳୟ କୁମାର ପଣ୍ଡା, ଉପାଧ୍ୟକ୍ଷ ଉମାକାନ୍ତ ବେହେରା, ସମ୍ପାଦକ ଏଲଡାଡ କାଇଁଡସେଥ ପ୍ରମୁଖ ଉପସ୍ଥିତ ଥିଲେ । ଓଡ଼ିଶାର ୫ ଜଣ ବରେଣ୍ୟ ମହାପୁରୁଷ ଉତ୍କଳମଣି ଗୋପବନ୍ଧୁ ଦାସ,ଜାତିର ପିତା ମହାତ୍ମା ଗାନ୍ଧୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ,ଡ.ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଥିଲା । 

 ମହାପୁରୁଷ ମାନଙ୍କର ଦେଶ ପ୍ରତି ଥିବା ତ୍ୟାଗ,ବଳିଦାନ ସମ୍ପର୍କରେ ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଛାତ୍ର ଛାତ୍ରୀ ମାନେ ସେମାନଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବାକୁ ଅତିଥି ମାନେ ପରାମର୍ଶ ଦେଇଥିଲେ। ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶିକ୍ଷକ ସୁରେଶ କୁମାର ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସଂପୂର୍ଣ୍ଣ ସହଯୋଗ କରିଥିଲେ ।

ମଣିଭଦ୍ରା ଖବର, ଗଣିଆ 



Post a Comment

أحدث أقدم
Header ADS