BREAKING
Loading...
:

ଶିକ୍ଷକଙ୍କ ସ୍ମୁତି ଚାରଣ ସଭା

 ଶିକ୍ଷକଙ୍କ ସ୍ମୁତି ଚାରଣ ସଭା

ଗଣିଆ (ମଣିଭଦ୍ରା ଖବର) ଗଣିଆ ବ୍ଳକ ବଳରାମପ୍ରସାଦର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ମହାପାତ୍ରଙ୍କର ଅକାଳ ବିୟୋଗ ଘଟିଥିବା ବେଳେ ଆଜି ତାଙ୍କର ଏକାଦଶାହ କ୍ରିୟା ଅବସରରେ ତାଙ୍କ ବାସଭବନରେ ଏକ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ବହୁ ବୁଦ୍ଧିଜୀବୀ, ଅବସରପ୍ରାପ୍ତ ଶିକ୍ଷକ, ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।  ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ନିରବ ପ୍ରାର୍ଥନା କରାଯାଇଥିଲା । ତାଙ୍କ ସହିତ ପ୍ରତି ମୂହୁର୍ତ୍ତରେ ଏକାଠି ବିତେଇଥିବା ରାସଙ୍ଗ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାହୁ ଶୋକ ପ୍ରକାଶ କରିବା ସହିତ ପୁରୁଣା ସ୍ମୃତି ମନେ ପକାଇଥିଲେ । ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ସମୀର କୁମାର ମହାପାତ୍ର, ଅବସରପ୍ରାପ୍ତ ଶିକ୍ଷକ ଜୟକୃଷ୍ଣ ପ୍ରଧାନ ପ୍ରମୁଖ ପରିଚାଳନା କରିଥିଲେ । 

ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର

Post a Comment

أحدث أقدم
Header ADS