BREAKING
Loading...
:

ଜାତୀୟ ରାଜପଥରେ ଦୁର୍ଘଟଣା ହେଲେ ମିଳିବ ମାଗଣା ଚିକିତ୍ସା । କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଘୋଷଣା

 *ଜାତୀୟ ରାଜପଥରେ ଦୁର୍ଘଟଣା ହେଲେ ମିଳିବ ମାଗଣା ଚିକିତ୍ସା । କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଘୋଷଣା*

 (ମଣିଭଦ୍ରା ଖବର) ଜାତୀୟ ରାଜପଥରେ ଦୁର୍ଘଟଣାଗ୍ରସ୍ତ ହେଲେ ମିଳିବ ମାଗଣା ଚିକିତ୍ସା । ଏନେଇ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଘୋଷଣା କରିଛନ୍ତି । ଏନେଇ ଏକ ନୂଆ ସ୍ମିମ୍ ଘୋଷଣା କରାଯାଇଛି । ଏଥିରେ ଜାତୀୟ ରାଜପଥରେ ଦୁର୍ଘଟଣାରେ ଆହତ ହେଲେ ଜଣେ ବ୍ୟକ୍ତିଙ୍କୁ ୭ ଦିନ ପର୍ଯ୍ୟନ୍ତ ମାଗଣା ଚିକିତ୍ସା ମିଳିବ । ତେବେ ସର୍ବାଧିକ ଦେଢ଼ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ଯୋଗାଇ ଦିଆଯିବ ।* 


 *ତେବେ ଏଥିପାଇଁ ଦୁର୍ଘଟଣା ଘଟିବାର ୨୪ ଘଂଟା ଭିତରେ ପୋଲିସକୁ ଖବର ଦେବାକୁ ପଡ଼ିବ । ସେହିପରି ଯଦି ଜାତୀୟ ରାଜପଥରେ ହିଟ୍ ଆଣ୍ଡ ରନ୍ ଘଟଣାରେ କାହାରି ମୃତ୍ୟୁ ଘଟେ, ତାହେଲେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ମିଳିବ ।

ଡ.ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS