ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବନବିହାର କାର୍ଯ୍ୟକ୍ରମ
ବେଲଗୁଣ୍ଠା (ମଣିଭଦ୍ରା ଖବର) ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ସହର ସୁତୁମୁସର ରୋଡ ଅବସ୍ଥିତ ଅରବିନ୍ଦ ଶିକ୍ଷା କେନ୍ଦ୍ରର ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ତଥା ବିଶିଷ୍ଟ ସମାଜସେବୀ ଭି. ଦେବୀପ୍ରସାଦ ପାତ୍ର ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ଶିକ୍ଷାବିତ ତଥା ଅନୁଷ୍ଠାନର ଉପଦେଷ୍ଟା ରବୀନ୍ଦ୍ର ନାଥ ଚୌଧୁରୀ, ବରିଷ୍ଠ ଆଇନଜୀବୀ ବିପିନ ବିହାରୀ ସାହୁ, ସମଜସେବୀ ଗୌରୀଶଙ୍କର ମିଶ୍ର, ବେଲଗୁଣ୍ଠା ପ୍ରେସ୍ କ୍ଲବ ସଭାପତି ପ୍ରଦ୍ୟୁମ୍ନ ପାତ୍ର ଯୋଗଦେଇଥିଲେ। ପ୍ରାରମ୍ଭରେ ପ୍ରଭୁ ଜଗନ୍ନାଥଙ୍କୁ ସ୍ମୃତିଚାରଣ କରି ଦେଶଭକ୍ତି ସଙ୍ଗୀତ ମାଧ୍ୟମରେ କୁନି କୁନି ଛାତ୍ରଛାତ୍ରୀଙ୍କ ଦ୍ୱାରା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ବେଲଗୁଣ୍ଠା ପ୍ରେସ୍ କ୍ଲବର ସମସ୍ତ ସଦସ୍ୟ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଅନୁଷ୍ଠାନର ସମ୍ପାଦକ ବୁଲୁ ଦାଶ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ସମସ୍ତ ଗୁରୁମା (ଅପା) ଓ ସମସ୍ତ କମିଟି ସଦସ୍ୟ ସହଯୋଗ କରିଥିଲେ।
ଡ଼.ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق