ଚାରିଦିନିଆ ଗସ୍ତରେ ରାଜସ୍ଥାନ ଯିବେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା
- ଉଦୟପୁର ଠାରେ ଅନୁଷ୍ଠିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଦେବେ ଯୋଗ
ଭୁବନେଶ୍ୱର,
ଆସନ୍ତା ୧୦ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ରାଜସ୍ଥାନ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଅନୁଷ୍ଠିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହା ସହ ରାଜସ୍ଥାନର ପର୍ଯ୍ୟଟନ ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ପର୍ଯ୍ୟଟନ ଶିଳ୍ପର ବିକାଶ ସମ୍ବନ୍ଧରେ ଆଲୋଚନା କରିବେ।
ଡ.ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق