ରଘୁନାଥ ଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବାଳିକା ଆତ୍ମରକ୍ଷା ତାଲିମ ଶିବିର ଉଦଘାଟିତ
ଗଣିଆ (ମଣିଭଦ୍ରା ଖବର) ଗଣିଆରେ ଥିବା ରଘୁନାଥ ଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବାଳିକା ଆତ୍ମରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଯାଇଛି । ଏହି ଶିବିରରେ ପ୍ରାୟ ୨୦୦ରୁ ଅଧିକ ଛାତ୍ରୀ ଯୋଗ ଦେଇଥିଲେ । ପ୍ରଶିକ୍ଷିକା ଅଙ୍କିତା ରଣା ଛାତ୍ରୀ ମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମ ୮ ଦିନ ଧରି ଚାଲିବ ବୋଲି ଜଣାପଡିଛି ।
ଅଧ୍ୟକ୍ଷା ସଲିଲା ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କର ଏହି ତାଲିମ ଶିବିର ଫଳରେ ଅନେକ ଛାତ୍ରୀ ନିଜକୁ ନିର୍ଯାତିତା ହେବାରୁ ରକ୍ଷା କରିପାରିବେ ବୋଲି ଅଧ୍ୟକ୍ଷା ପ୍ରକାଶ କରିଛନ୍ତି ।
ଛାତ୍ରୀ ମାନେ ଅତ୍ୟନ୍ତ ଆଗ୍ରହର ସହିତ ଏହି ଶିକ୍ଷା ଗ୍ରହଣ କରୁଥିବା ଦେଖିବାକୁ ମିଳିଛି ।
ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର
Post a Comment