BREAKING
Loading...
:

ଦଧିବାମନ ଜୀଉ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ଭାବେ ଦାୟିତ୍ଵ ନେଲେ ଶିକ୍ଷକ ସମୀର ମହାପାତ୍ର

 ଦଧିବାମନ ଜୀଉ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ଭାବେ ଦାୟିତ୍ଵ ନେଲେ ଶିକ୍ଷକ ସମୀର ମହାପାତ୍ର 

ଗଣିଆ (ମଣିଭଦ୍ରା ଖବର) ଗଣିଆ ବ୍ଳକ ବେଲପଡାପାଟଣା ଦଧିବାମନ ଜୀଉ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଦାମ ସାହୁ ଅବସରଗ୍ରହଣ କରିଥିବା ବେଳେ ନୂତନ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ଶିକ୍ଷକ ସମୀର କୁମାର ମହାପାତ୍ର । ବିଦ୍ୟାଳୟ ତରଫରୁ ତାଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ବିଦାୟୀ ପ୍ରଧାନଶିକ୍ଷକ ଶ୍ରୀ ସାହୁ ତାଙ୍କୁ ବିଦ୍ୟାଳୟର ସମସ୍ତ ଦାୟିତ୍ବ ହସ୍ତାନ୍ତର କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ନବକିଶୋର ମହାରଣା,ଅଜୟ କୁମାର ମହାରଣା,ଅକ୍ଷୟ କୁମାର ସାହୁ, ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ ।

ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର

Post a Comment

أحدث أقدم
Header ADS