BREAKING
Loading...
:

ଆଖଣ୍ଡଳମଣୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

 ଆଖଣ୍ଡଳମଣୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ମନ୍ଦିର ବିକାଶ ପାଇଁ ୧୦ କୋଟି ଟଙ୍କାର ଅନୁଦାନ ଘୋଷଣା

ଭୁବନେଶ୍ୱର ମହାଶିବରାତ୍ରୀ ଅବସରରେ ଭଦ୍ରକ ଆରଡିର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣୀ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀଙ୍କ ସମେତ ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର ଓ ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ।

ଏହି ଅବସରରେ ବାବା ଅଖଣ୍ଡଳମଣୀ ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ୧୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମନ୍ଦିରର ବିକାଶ ଓ ଆଖପାଖ ଅଞ୍ଚଳ ପାଇଁ ପର୍ଯ୍ୟଟନ ବିଭାଗ ୧୦ କୋଟି ଟଙ୍କା ପ୍ରଦାନ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା ପାଇଁ ସୁଯୋଗ ପାଇଥିବାରୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ଘୋଷଣା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS