BREAKING
Loading...
:

କେନ୍ଦୁଆବିଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

 କେନ୍ଦୁଆବିଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

ଗଣିଆ (ମଣିଭଦ୍ରା ଖବର) ଗଣିଆ ବ୍ଲକ ଆଡକଟାରେ ଥିବା କେନ୍ଦୁଆବିଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ବ୍ଳକ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଶିକ୍ଷା ଅଧିକାରୀ ରବିନ୍ଦ୍ର କୁମାର ବେହେରା, ବିନୋଦିନୀ ପଣ୍ଡା,ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷା ରାଜଶ୍ରୀ ତ୍ରିପାଠୀ, ସରପଞ୍ଚ ସୁବାଶିନୀ ବାରିକି, ପୂର୍ବତନ ପ୍ରଧାନଶିକ୍ଷକ ତ୍ରିନାଥ ଖଟୁଆ ପ୍ରମୁଖ ଯୋଗ ଦେଇଥିଲେ । 

ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବକ୍ତୃତା,ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, ଲମ୍ବ ଡିଆଁ, କୁଇଜ୍ ଆଦି ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ମାତୃମଞ୍ଚ ଦ୍ବାରା ବିଦ୍ୟାଳୟ ପରିସରରେ ଝୋଟି ପ୍ରତିଯୋଗିତା ବେଶ୍ ଆକର୍ଷଣୀୟ ଥିଲା । ଏହି କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷକ ବାମନ ଚରଣ ବାରିକି ଏବଂ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସଂପୂର୍ଣ୍ଣ ସହଯୋଗ କରିଥିଲେ ।

ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର 

Post a Comment

Previous Post Next Post
Header ADS