*ଭିଆରଏସ୍ ନେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ, ସୁଜାତାଙ୍କ ଆବେଦନକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ସୂଚନା*
ଭୁବନେଶ୍ଵର (ମଣିଭଦ୍ରା ଖବର) ଭିଆରଏସ୍ ନେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ । ସୁଜାତାଙ୍କ ଆବେଦନକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ଦେଇଥିବା ସୂଚନା ମିଳିଛି । କିଛି ଦିନ ତଳେ କେନ୍ଦ୍ର ନିକଟରେ ଆବେଦନ କରିଥିଲେ । ଛୁଟି ପାଇଁ ଆବେଦନ କରିଥିଲେ ସୁଜାତା,କିନ୍ତୁ ଛୁଟି ନମିଳିବାରୁ ସେ ସ୍ବେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ । ୨୦୦୦ ବ୍ୟାଚର ଆଇଏଏସ ଅଫିସର ସୁଜାତା କାର୍ତ୍ତିକେୟନ । ସୁଜାତା କାର୍ତ୍ତିକେୟନ୍ ଓଡ଼ିଶାର କେନ୍ଦ୍ରାପଡ଼ା ଜିଲ୍ଲାରୁ ଆସିଥିବା ଆଇଏଏସ୍ ଅଧିକାରୀ ।*
*ତାଙ୍କ ପ୍ରାରମ୍ଭିକ ଜୀବନ ଝାଡ଼ଖଣ୍ଡର ଜାମସେଦପୁରରେ କଟିଥିଲା, ଯେଉଁଠାରେ ତାଙ୍କ ବାପା ଜଣେ ଡାକ୍ତର ଭାବେ କାର୍ଯ୍ୟ କରୁଥିଲେ । ୨୦୦୦ ମସିହାରେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମୟରେ ସୁଜାତାଙ୍କ ଆଇଏଏସ୍ କ୍ୟାରିୟର ଆରମ୍ଭ ହୋଇଥିଲା । ସେ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର କମିଶନର-ସହ-ସଚିବ ଭାବେ କାର୍ଯ୍ୟ କରିଥିଲେ, ଯାହା ମହିଳା ସଶକ୍ତିକରଣ ପାଇଁ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୦୧ରେ ଆରମ୍ଭ ହୋଇଥିଲା । ୨୦୨୪ ନିର୍ବାଚନରେ ବିଜେଡି କ୍ଷମତା ହରାଇବା ପରେ ସୁଜାତା ଛଅ ମାସର ଛୁଟିରେ ଥିଲେ । ନଭେମ୍ବର ୨୬, ୨୦୨୪ ପର୍ଯ୍ୟନ୍ତ ତାଙ୍କୁ ଛୁଟି ମଞ୍ଜୁର କରାଯାଇଥିଲା, କିନ୍ତୁ ତାଙ୍କ ଆବେଦନ ଅନୁସାରେ ଆଉ ଛଅ ମାସର ଛୁଟି ବୃଦ୍ଧି ପାଇଁ ଓଡ଼ିଶାର ବିଜେପି ସରକାର ଅନୁମତି ଦେଇ ନଥିଲେ ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment