BREAKING
Loading...
:

କରଡାପଡା ଜେପି ସିଂହ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

 କରଡାପଡା ଜେପି ସିଂହ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ 

ଗଣିଆ (ମଣିଭଦ୍ରା ଖବର) ଗଣିଆ ବ୍ଳକ କରଡାପଡା ଠାରେ ଥିବା ଜେପି ସିଂହ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଛାତ୍ର ଛାତ୍ରୀ ମାନଙ୍କର ସମାପ୍ତି ସୂଚକ ଆକଳନ-୨ର ଫଳାଫଳ ଘୋଷଣା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମିତି ସଭ୍ୟା ଗୀତାରାଣୀ ରାଉତ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଶିକ୍ଷା ଅଧିକାରୀ ରବିନ୍ଦ୍ର କୁମାର ବେହେରା, ବିନୋଦିନୀ ପଣ୍ଡା, ନିରୁପମା ମହାପାତ୍ର,ଅବସରପ୍ରାପ୍ତ ଶିକ୍ଷକ ଭିକାରୀ ଚରଣ ସାହୁ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଅଶୋକ କୁମାର ସାହୁ, ଅବସରପ୍ରାପ୍ତ ଶିକ୍ଷକ ବିଦ୍ୟାଧର ସାହୁ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଶାନ୍ତ କୁମାର ପଣ୍ଡା, ସିଆରସିସି ପ୍ରଶନ୍ନ କୁମାର ନାୟକ, ପ୍ରଧାନ ଶିକ୍ଷକ ସୁନିଲ କୁମାର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ । ବାର୍ଷିକ ଉତ୍ସବ ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ହୋଇଥିବା ଗଣିତ ଓ ବିଜ୍ଞାନ କ୍ଳବ୍ କାର୍ଯ୍ୟକ୍ରମରେ ବିଜ୍ଞାନ ମେଳା,ଗପ ଶୁଣିବା,ଗପ କହିବା କାର୍ଯ୍ୟକ୍ରମ, ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଏବଂ ବିଭିନ୍ନ କ୍ରିଡ଼ା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ସଂପୂର୍ଣ୍ଣ ସହଯୋଗ କରିଥିଲେ । ପ୍ରଧାନଶିକ୍ଷକ ସୁନିଲ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । 

Post a Comment

أحدث أقدم
Header ADS