*ଛୁରାମାଡ଼ରେ ଯୁବକ ମୃତ*
(ମଣିଭଦ୍ରା ଖବର) ସ୍ଥାନୀୟ ବଡ଼ ବଜାର ଥାନା ଅନ୍ତର୍ଗତ ଜେନା ସାହିରେ ଚାଲିଥିବା ବେଲଗାଁ ଦଣ୍ଡ ନାଚ ଯାତ୍ରାରେ ଯାତ୍ରା ଅଧିକାରୀଙ୍କ ଛୁରାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ବେଲଗାଁ ଅଞ୍ଚଳର ଜଗଦୀଶ ପାଣିଗ୍ରାହୀ । ଜଗଦୀଶ ପୂର୍ବରୁ ଏହି ଦଣ୍ଡନାଚରେ କାମ କରୁଥିଲେ । ଭୋଗ କହିବାକୁ ନେଇ ଯାତ୍ରା ଅଧିକାରୀ ,ତାଙ୍କ ପୁଅଙ୍କ ସହ ଜଗଦୀଶଙ୍କ ବଚସା ହୋଇଥିଲା ।ପରେ ବାପା ଓ ପୁଅ ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ ।ଗୁରୁତର ଅବସ୍ଥାରେ ଜଗଦୀଶ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ ।ଚିକିତ୍ସିତ ଅବସ୍ଥାରେ ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳ ଓ ମେଡ଼ିକାଲରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment