BREAKING
Loading...
:

ଏରୁଣ୍ଡିପଥର ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

 ଏରୁଣ୍ଡିପଥର ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ 

ଗଣିଆ (ମଣିଭଦ୍ରା ଖବର) ଗଣିଆ ପଞ୍ଚାୟତର ଏରୁଣ୍ଡିପଥର ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ପୁଷ୍ପଲତା ମହାଳିକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟଅତିଥି ଭାବେ ସନ୍ତୋଷ କୁମାର ମହାପାତ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପ୍ରତିମା କୁମାରୀ ଦେବୀ,  ଶିକ୍ଷୟିତ୍ରୀ ଲଳିତା ଦେଇ,ନାଏବ ସରପଞ୍ଚ ପ୍ରମିଳା ବେହେରା, ଅଙ୍ଗନବାଡ଼ି କର୍ମୀ ନମିତା କୁମାରୀ ଦେବୀଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ, ଗ୍ରାମବାସୀ ଉପସ୍ଥିତ ଥିଲେ । ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

ମଣିଭଦ୍ରା ଖବର, ଗଣିଆ 

Post a Comment

أحدث أقدم
Header ADS