BREAKING
Loading...
:

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ସୃଷ୍ଟି ହେଲା 2,500 ଗୃହରକ୍ଷୀ ପଦବୀ

 ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ


ସୃଷ୍ଟି ହେଲା 2,500 ଗୃହରକ୍ଷୀ ପଦବୀ 


ଭୁବନେଶ୍ୱର (ମଣିଭଦ୍ରା ଖବର) 


ରାଜ୍ୟରେ ସୃଷ୍ଟି ହୋଇଛି 2,500 ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।


ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା 17,675 ଅଛି। 2,500 ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା 20,175 ହେଲା । 


ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ । ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ 12,000 ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS