BREAKING
Loading...
:

ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ

 ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି



ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ  ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ


୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ପାଇଁ ସୁଧ ଦେବାକୁ ପଡିବ ନାହିଁ


ଅଧିକ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ- ମୁଖ୍ୟମନ୍ତ୍ରୀ



ଭୁବନେଶ୍ୱର 

15.୦୪.୨୦୨୫



ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। 



ସୂଚନା ଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ  ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରିରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।



ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS