BREAKING
Loading...
:

ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆଉ ଏକ ବାଟାଲିଅନ ଗଠନକୁ ମଞ୍ଜୁରୀ

 ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି



ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆଉ ଏକ 

ବାଟାଲିଅନ ଗଠନକୁ ମଞ୍ଜୁରୀ


୧୦୪୦ ନୂତନ ପଦବୀ ସୃଷ୍ଟି



ଭୁବନେଶ୍ୱର


ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି।


ସୂଚନାଯୋଗ୍ୟ ଯେ, ରାଜ୍ୟରେ OISF ରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଅଛି। ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭। ନୂଆ ବାଟାଲିଅନ ସୃଷ୍ଟି ହେବା ପରେ ଏଥିରେ ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରିବ। ୨ଟି ବାଟାଲିଅନର ପଦବୀ ସଂଖ୍ୟା 2847 ହେବ।


     ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନୂଆ ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS