BREAKING
Loading...
:

ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ

 ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ  ମିଳିତ ଅଭିଯୋଗ ଶୁଣାଣୀ



ବ୍ରହ୍ମପୁର (ମଣିଭଦ୍ରା ଖବର) ବ୍ରହ୍ମପୁର ଉପଜିଲ୍ଲାପାଳ  କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ସ୍ତରୀୟ   ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା  ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ)ଶ୍ରୀ ଦେବଦତ୍ତ ପଣ୍ଡା, ବ୍ରହ୍ମପୁର ଉପଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀର , ଜିଲ୍ଲା ପରିଷଦ ଅତିରିକ୍ତ ଉନ୍ନୟନ ଅଧିକାରୀ  ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଙ୍କ ଉପସ୍ଥିତିରେ ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୬୫ଟି ଅଭିଯୋଗ ର ଶୁଣାଣୀ କରାଯାଇଥିଲା  ।   ବ୍ୟକ୍ତିଗତ ଅଭିଯୋଗ ୬୨ଟି ଥିବାବେଳେ ସାମୁହିକ ଅଭିଯୋଗ ୨ଟି ଥିଲା ଏବଂ  ତ୍ୱରିତ ଗୋଟିଏ ଅଭିଯାଗର ଫଇସଲା ହୋଇଥିଲା। ଅଭିଯୋଗ ଗୁଡିକ ମୁଖ୍ୟତଃ  ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା,ରାସନ୍ କାର୍ଡ,  ଭତ୍ତା,ଶିକ୍ଷା ,ସ୍ଵାସ୍ଥ୍ୟ,ସୁଭଦ୍ରା ଇତ୍ୟାଦି l ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୦,୦୦୦ ଟଙ୍କା ର ସହାୟତା ରାଶି ପ୍ରଦାନ କରାଯାଇଥିଲା l ଗ୍ରହଣ କରିଥିବା ଆବେଦନ ଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଉପଜିଲ୍ଲାପାଳ ସମ୍ପୃକ୍ତ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶୁଣାଣି ରେ  ପ୍ରତ୍ୟେକ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ , ବ୍ରହ୍ମପୁର ଉପଖଣ୍ଡ ର ସମସ୍ତ ତହସିଲଦାର ଏଵଂ ବିଡ଼ିଓ ଏହି ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS