BREAKING
Loading...
:

ପିଏମଶ୍ରୀ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠରେ ପ୍ରାଥମିକ ସ୍ବାସ୍ଥ୍ୟ ଶିବିର

ପିଏମଶ୍ରୀ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠରେ ପ୍ରାଥମିକ  ସ୍ବାସ୍ଥ୍ୟ ଶିବିର 

ଗଣିଆ (ମଣିଭଦ୍ରା ଖବର) ପିଏମଶ୍ରୀ କିଶୋର ଚନ୍ଦ୍ର ନୋଡାଲ   ବିଦ୍ୟାପୀଠରେ ପ୍ରାଥମିକ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ଳକ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ,ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ନିହାର ବାଳା ରାଉତ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସମୀର କୁମାର ସାହୁ, ଶିକ୍ଷା କମିଟିର ସଦସ୍ୟ, ଅଭିଭାବକ ତଥା ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ । ବିଦ୍ୟାଳୟରେ ପାଠ ପଢୁଥିବା ପ୍ରାୟ ୨୦୦ରୁ ଅଧିକ ଛାତ୍ର ଛାତ୍ରୀ ମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ସେମାନଙ୍କୁ ଔଷଧ ବଣ୍ଟନ କରାଯାଇଥିଲା । 


ବିଦ୍ୟାଳୟରେ ପାଠ ପଢୁଥିବା ସମୟରେ ହଠାତ୍ ଯଦି କେହି ଅସୁସ୍ଥତା ଅନୁଭବ କରନ୍ତି ତେବେ ତାଙ୍କୁ ତୁରନ୍ତ କିଭଳି ପ୍ରାଥମିକ ଚିକିତ୍ସା କରାଯିବ ସେ ସମ୍ପର୍କରେ ଡାକ୍ତର ଛାତ୍ର ଛାତ୍ରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସଚେତନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଡାକ୍ତର ରାଜେନ୍ଦ୍ର ପ୍ରସାଦ ଦଳେଇ, ସ୍ବାସ୍ଥ୍ୟ କର୍ମୀ କବିତା ସେଠୀ ପ୍ରମୁଖ ଉପସ୍ଥିତ ଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ସଂପୂର୍ଣ୍ଣ ସହଯୋଗ କରିଥିଲେ ।

ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର 

Post a Comment

أحدث أقدم
Header ADS