BREAKING
Loading...
:

ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

 ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ



ଭୁବନେଶ୍ୱର (ମଣିଭଦ୍ରା ଖବର) ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ୟୁନାଇଟେଡ କିଙ୍ଗଡମର ସମ୍ମାନଜନକ Sand Master Award ରେ ସମ୍ମାନିତ ହୋଇଥିବାରୁ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସମ୍ୱର୍ଦ୍ଧିତ କରିଛନ୍ତି।

 

ସୂଚନାଯୋଗ୍ୟ ଯେ, ସଂଯୁକ୍ତ ରାଷ୍ଟ୍ରର ଡୋରସେଟ୍‍ ଅଞ୍ଚଳର ୱେମାଉଥ ଠାରେ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବରେ ଶ୍ରୀ ପଟ୍ଟନାୟକ *ପ୍ରଥମ ଭାରତୀୟ* ଭାବେ ଏହି ସମ୍ମାନ ପାଇଛନ୍ତି।


ଶ୍ରୀ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ପଦକ, ସାର୍ଟିଫିକେଟ୍‍ ଓ ବାଲୁକା କଳାର ଫଟୋଚିତ୍ର ଦେଖାଇଥିଲେ। ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି ତାଙ୍କୁ ଓଡ଼ିଶାର ଆସେଟ୍‍ (Asset) ବୋଲି କହିଥିଲେ ଏବଂ ଆଗାମୀ ଦିନରେ ଓଡ଼ିଶା ଓ ଦେଶ ପାଇଁ ଆହୁରି ଗୌରବ ଆଣିବେ ବୋଲି ଆଶା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ୱର୍ଦ୍ଧିତ କରିଥିଲେ।


ଏହି ସଫଳତା ପାଇଁ ଶ୍ରୀ ପଟ୍ଟନାୟକଙ୍କୁ ପୂର୍ବରୁ ମାନ୍ୟବର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS