BREAKING
Loading...
:

ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ଶଲ୍ ବୋମା ଘଟଣା ରେ ଅଭିଯୁକ୍ତ ପଞ୍ଜିଲାଲ କୁ ଆଜୀବନ ଜେଲ ଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମାନା ।

 ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ଶଲ୍ ବୋମା ଘଟଣା ରେ ଅଭିଯୁକ୍ତ ପଞ୍ଜିଲାଲ କୁ ଆଜୀବନ ଜେଲ ଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମାନା ।


ବଲାଙ୍ଗୀର (ମଣିଭଦ୍ରା ଖବର) ବହୁ ଚର୍ଚ୍ଚିତ ପାଟଣାଗଡ଼ ‘ପାର୍ସଲ୍ ବୋମା’ ଘଟଣାର ଆସିଲା ରାୟ । ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡାଦେଶ । ଆଜୀବନ ଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମାନା । ଆଜୀବନ ସଜା ଶୁଣାଇଲେ ପାଟଣାଗଡ଼ ଏଡିଜେ କୋର୍ଟ । ପୁଞ୍ଜିଲାଲ ମେହେରକୁ ଦୋଷୀ ସାବ୍ୟସ୍ତ କରିବା ପରେ ଏହି ରାୟ ଶୁଣାଇଛନ୍ତି କୋର୍ଟ ।୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ରେ ଘଟିଥିଲା ପାର୍ସଲ ବୋମା ବିସ୍ଫୋରଣ । ବିସ୍ଫୋରଣରେ ନବ ବିବାହିତ ସୌମ୍ୟଶେଖର ସାହୁ ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ବୃତିଗତ ଶତ୍ରୁତାକୁ କେନ୍ଦ୍ରକରି ଅଧ୍ୟାପକ ପୁଞ୍ଜିଲାଲ ଭଇଁଷା କଲେଜ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଘରକୁ ପାର୍ସଲ ବୋମା ପଠାଇଥିଲେ। ସଂଯୁକ୍ତାଙ୍କ ପୁଅ ସୌମ୍ୟଶେଖର ସାହୁଙ୍କ ବାହାଘର ୨୦୧୮ ଫେବ୍ରୁଆରୀ ୧୭ ତାରିଖରେ ହୋଇଥିଲା । ପୁଞ୍ଜିଲାଲ ବିବାହ ଉପହାର ଭାବେ ଏକ ଗିଫ୍ଟ ଦେଇଥିଲା । ୨୩ ତାରିଖ ଦିନ ପାର୍ସଲ ଗିଫ୍ଟ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା I ଏଥିରେ ସୌମ୍ୟଶେଖର ଓ ତାଙ୍କ ଜେଜେମା’ଙ୍କ ମୃତ୍ୟୁ ଘଟିଥିଲା । ନବବିବାହିତା ପତ୍ନୀ ରୀମା ସାହୁ ଗୁରୁତର ଭାବେ ଆହତ ହୋଇଥିଲେ । ଘଟଣାର ତଦନ୍ତ କରି କ୍ରାଇମବ୍ରାଞ୍ଚ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫ ତାରିଖରେ ଗିରଫ କରିଥିଲା । ତେବେ କୋଟରେ ଉଭୟ ପକ୍ଷଙ୍କ ଯୁକ୍ତି ସରିଥିବାବେଳେ ଆଜି ଆସିଛି ରାୟ ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS