BREAKING
Loading...
:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 *ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।


ଗଜପତି,ତା. ୧୯.୦୫.୨୦୨୫

 ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ପି.ଅନ୍ତରଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ  ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ  ଶ୍ରୀ ଶଙ୍କର କେରକେଟା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପି.ଅନ୍ତରଡ଼ା ଗ୍ରାମ ପଞ୍ଚାୟତ ସମେତ କେରଣ୍ଡଙ୍ଗ, ନୂଆଗଡ ଓ ଲୁହାଙ୍ଗର ପଞ୍ଚାୟତର  ସମୁଦାୟ ମୋଟ- ୪୬ ଗୋଟି ଅଭିଯୋଗ  ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୩ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୩୩ ଗୋଟି ଅଭିଯୋଗ ଆସିଥିଲା ଓ ସେଥିମଧ୍ୟରୁ ୪ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ।  ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା  ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା । 

      ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର,ତହସିଲଦାର ମୋନାଲିସା ଆଚାରୀ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ  ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ  ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

ମଣିଭଦ୍ରା ଖବର, ଗଜପତି 

Post a Comment

Previous Post Next Post
Header ADS