ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ।
ଗଜପତି (ମନୋଜ ପାଢୀ) ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କିଡିଗାଁ ଗ୍ରାମ ପଞ୍ଚାୟତ ସମେତ ହାଡଭାଙ୍ଗି , ଗୋରିବନ୍ଧା ଓ ଶିଆଳି ପଞ୍ଚାୟତର ସମୁଦାୟ ମୋଟ-୨୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୦୯ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୧୩ ଗୋଟି ଅଭିଯୋଗ ଆସିଥିଲା , ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାର ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟମା,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ, ତହସିଲଦାର ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସୋନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
ମଣିଭଦ୍ରା ଖବର, ଗଜପତି
إرسال تعليق