*ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା*
*ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ*
ଭୁବନେଶ୍ୱର
ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ। ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ।
ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୋଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ, ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି। ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق